36.7 C
Bhubaneswar
Tuesday, April 16, 2024
Homeଓଡିଶା୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ରାଜ୍ୟରେ ସକ୍ରିୟ ଥିବାରୁ ଗତ ୩ଦିନ ଧରି ସମଗ୍ର ରାଜ୍ୟର ବିଭିନ୍ନ ଅଞ୍ଚଳରେ ମୌସୁମୀ ବର୍ଷା ଲାଗିରହିଛି । ଏବଂ ଏପରି ବର୍ଷା ଆଗାମୀ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ । ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ପ୍ରଭୃତି ୧୨ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ମଧ୍ୟ ରହିଛି।

ଅପରପେକ୍ଷ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ଯୋଗୁ ଆସନ୍ତା ୪ ତାରିଖରେ ଉତ୍ତର ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ବଳୟ ଅଧିକ ଘନୀଭୂତ ହେବାପରେ ସମଗ୍ର ରାଜ୍ୟରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ମିଳିଥିବା ସୂଚନା ଅନୁସାରେ ବଙ୍ଗୋପସାଗରରେ ଆଜିଠୁ ୧୪ତାରିଖ ମଧ୍ୟରେ ୨ଟି ଲଘୁଚାପ ବଳୟ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ କରାଯାଉଛି ।

୪ତାରିଖ ମଧ୍ୟରେ ବଙ୍ଗୋପସାଗରରେ ଓଡ଼ିଶା ଉପକୂଳରେ ଗୋଟିଏ ଲଘୁଚାପ ବଳୟ କ୍ଷେତ୍ର ଓ ଅନ୍ୟଟି ଜୁଲାଇ ୮ରୁ ୧୪ତାରିଖ ମଧ୍ୟରେ ହେବାର ସମ୍ଭାବନା ରହିଛି । ସୃଷ୍ଟି ହେବାକୁ ଥିବା ଏହି ଲଘୁଚାପ ସଂପର୍କରେ ସବିଶେଷ ଭାବେ ଏବେ ଠାରୁ କିଛି ଆକଳନ କରିବା ସମ୍ଭବପର ନଥିଲେ ମଧ୍ୟ ଆସନ୍ତା ଦିନେ ରୁ ଦୁଇଦିନ ମଧ୍ୟରେ ସ୍ପଷ୍ଟ ଚିତ୍ର ମିଳିପାରିବ ବୋଲି ଆଞ୍ଚଳିକ ପାଣିପାଗ ବିଶେଷଜ୍ଞ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking