33.1 C
Bhubaneswar
Monday, May 13, 2024
Homeଓଡିଶାସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଉପକୂଳ ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଏହା ସହ ଜଡ଼ିତ ସାମୁଦ୍ରିକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି । ମୌସୁମୀ ଟ୍ରଫ୍ ଲାଇନ୍ ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ତେବେ, ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଟକ, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ବୌଦ୍ଧ, ସୋନପୁର ଓ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାବ୍ୟତୀତ ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବ । ଅପରାହ୍ନ କିମ୍ବା ସନ୍ଧ୍ୟା ଆଡ଼କୁ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ପ୍ରବଳ ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇପାରେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking