40.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ୟରେ ଆଉ ୧୧୯୬ କରୋନା ପଜିଟିଭ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ରାଜ୍ୟରେ ଆଉ ୧୧୯୬ କରୋନା ପଜିଟିଭ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ଭୁବନେଶ୍ୱର : ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ପୁଣି ଦୈନିକ ସଂକ୍ରମଣ ହଜାରେ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧୬୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୪୯୭ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୬୯୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୬୯ ଆକ୍ରାନ୍ତ ଥିବା ଜଣାପଡିଛି।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୭୪, କଟକରୁ ୧୦୯, ଷ୍ଟେଟପୁଲରୁ ୭୦, ସମ୍ବଲପୁରରୁ ୭୦, ମୟୂରଭଞ୍ଜରୁ ୧୦୨, ସୋନପୁରରୁ ୫୨,ନୟାଗଡ଼ରୁ ୩୬, ଝାରସୁଗୁଡ଼ାରୁ ୩୩, ପୁରୀରୁ ୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୩, ୧୯୧କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୭୦୯୩ ରହିଛି ।

୨୪ ଘଣ୍ଟା ମଧ୍ୟରେ ୮୦୪ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୬,୯୧୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking