17.1 C
Bhubaneswar
Thursday, January 16, 2025
Homeଓଡିଶାଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା: ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା: ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଶୁକ୍ରବାର ଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ଅଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ। ସ୍ଥାନେ ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ପରବର୍ତ୍ତୀ ୧୪ ଘଣ୍ଟା ଅର୍ଥାତ୍ ଶୁକ୍ରବାର ସକାଳରୁ ଶନିବାର ପର୍ଯ୍ୟନ୍ତ ଜଗତ୍‌ସିଂହପୁର, ପୁରୀ, ଢେଙ୍କାନାଳ, ଅନୁଗୁଳ, କଟକ, ସମ୍ବଲପୁର, ବରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଏବଂ ବାକି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ରବିବାର ଓ ସୋମବାର ମଧ୍ୟ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରାଯିବା ସହ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଅନ୍ୟପକ୍ଷରେ ମୌସୁମୀ ସମୟରେ ବର୍ଷା ପରିମାଣ ବୃଦ୍ଧି ପାଇଛି ।

ଜୁନ୍ ପହିଲାରୁ ଆଜି ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଭାବେ ୪୧୭.୪ ମିମି ବର୍ଷା ହେବା କଥା । ମାତ୍ର ଚଳିତବର୍ଷ ଏହି ସମୟରେ ୪୩୫.୬ ମିମି ବର୍ଷା ହୋଇଛି, ଯାହାକି ସ୍ୱାଭାବିକଠାରୁ ୪% ଅଧିକ । ୬ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ କେବଳ ଝାରସୁଗୁଡ଼ା ଜିଲ୍ଲାରେ ନିଅଣ୍ଟିଆ ବର୍ଷା ପରିମାଣ ୨୭% ରହିଛି । ୨୩ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ଅପରପକ୍ଷେ ଆସନ୍ତା ୨୩ ତାରିଖରେ ୭ଜିଲ୍ଲାକୁ ଅରେଞ୍ଜ, ୧୫ ଜିଲ୍ଲାକୁ ୟେଲୋ ଏବଂ ୨୪ ରେ ୮ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, ବୌଦ୍ଧ, ସୋନପୁର, ଦେବଗଡରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆକଳନ କରାଯାଇଛି । ତେବେ ଲଗାଣ ବର୍ଷା ସମ୍ଭାବନା ଥିବାରୁ ବିଭିନ୍ନ ନଦୀ ଫୁଲିବା ସହ ବନ୍ୟା ସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି । ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିପାରେ । ମୁକାବିଲା ପାଇଁ ଏସ୍‌ଆରସି ସବୁ ଜିଲ୍ଲାର ଜିଲ୍ଲାପାଙ୍କୁ ଚିଠି ଲେଖିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking