28.1 C
Bhubaneswar
Friday, March 29, 2024
Homeଓଡିଶାସ୍ୱାଭାବିକ ଅବସ୍ଥାକୁ ଫେରୁଛି ମୌସୁମୀ: ୫ରୁ ପ୍ରବଳ ବର୍ଷା

ସ୍ୱାଭାବିକ ଅବସ୍ଥାକୁ ଫେରୁଛି ମୌସୁମୀ: ୫ରୁ ପ୍ରବଳ ବର୍ଷା

ଭୁବନେଶ୍ୱର: ଦୁର୍ବଳ ହୋଇଯାଇଥିବା ମୌସୁମୀ ପୁଣି ସ୍ୱାଭାବିକ ଅବସ୍ଥାକୁ ଫେରୁଛି । ଫଳରେ ଅଗଷ୍ଟ ୫ ତାରିଖ (ଶୁକ୍ରବାର)ଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଦକ୍ଷିଣମୁହାଁ ମୌସୁମୀ ନିମ୍ନ ଚାପ ରେଖା ହିମାଳୟ ପାଦଦେଶରୁ ସ୍ୱାଭାବିକ ଅବସ୍ଥାନକୁ ଫେରୁଛି । ଏହାଫଳରେ ୫ ଓ ୬ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ଏହା ସହ ୫ ତାରିଖରେ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୬ ତାରିଖରେ ୫ଟି ଜିଲ୍ଲାରେ ଅତିପ୍ରବଳ ଓ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୧୪ ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ କରାଯାଇଛି । କଟକରେ ସର୍ବାଧିକ ୩୬.୨ ଡିଗ୍ରୀ, ବୌଦ୍ଧ ୩୬ ଡିଗ୍ରୀ, ଚାନ୍ଦବାଲି ୩୫.୭ ଡିଗ୍ରୀ ଓ ଭୁବନେଶ୍ୱରରେ ୩୫.୬ ଡିଗ୍ରୀ ରେକର୍ଡ କରାଯାଇଛି ।

ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତମାମ ରାଜ୍ୟର ୩୦ ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଅଗଷ୍ଟ ୪ ତାରିଖ, ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରପୁଟ ଓ ମାଲକାନଗିରି ପ୍ରଭୃତି ୩୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି । କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୩୦ଟି ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ । ଅନ୍ୟପକ୍ଷରେ ଆଗାମୀ ୨ରୁ ୩ ଦିନ ଯାଏଁ ରାଜ୍ୟର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୩ ଡିଗ୍ରୀ ଯାଏଁ ଅଧିକ ରହିବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking