27.1 C
Bhubaneswar
Thursday, October 6, 2022
Homeଓଡିଶାଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ବର୍ଷାର ପରିମାଣ ଧୀରେ ଧୀରେ ବଢ଼ିବ । ୧୦ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୭ ତାରିଖରେ ଉତ୍ତର-ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଝଡ଼ବର୍ଷା ସହ ପବନର ଘଣ୍ଟା ପ୍ରତି ବେଗ ୪୫ରୁ ୫୫ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍ ଅନୁସାରେ ୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ ସେମିରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୬ ତାରିଖ ସକାଳ ସାଢ଼େ ୮ଟାରୁ ୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ସୋନାପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ ତାରିଖ ସକାଳ ସାଢ଼େ ୮ଟାରୁ ୮ ତାରିଖ ସକାଳ ସାଢ଼େ ୮ଟା ଭିତରେ ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୮ ତାରିଖ ସକାଳ ସାଢ଼େ ୮ଟାରୁ ୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ,ସମ୍ୱଲପୁର, ଯାଜପୁର ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡ଼ା ବଲାଙ୍ଗିର, ସୋନପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking