38.1 C
Bhubaneswar
Friday, April 26, 2024
Homeଓଡିଶା୨୪ଘଣ୍ଟାରେ ୩ଟି ଜିଲ୍ଲାରେ ପ୍ରବଳ ବର୍ଷା: ୨ଜିଲ୍ଲାକୁ ରେଡ ଏବଂ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ...

୨୪ଘଣ୍ଟାରେ ୩ଟି ଜିଲ୍ଲାରେ ପ୍ରବଳ ବର୍ଷା: ୨ଜିଲ୍ଲାକୁ ରେଡ ଏବଂ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ତେବେ ଆଜି ୨ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୦ଟି ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ, ୯ ତାରିଖ ତଥା ମଙ୍ଗଳବାର ସୁଦ୍ଧା ଓଡିଶାର ଗଜପତି, ଗଞ୍ଜାମ ଓ କନ୍ଧମାଳ ପ୍ରଭୃତି ୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହାକୁ ଦୃଷ୍ଟିରେ ରଖି ଏହି ତିନି ଜିଲ୍ଲାକୁ ‘ରେଡ୍‌’ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାଗୁଡ଼ିକୁ ‘ଅରେଞ୍ଜ’ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଲ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହାକୁ ଦୃଷ୍ଟିରେ ଏହି ସମସ୍ତ ୧୨ଟି ଜିଲ୍ଲା ପାଇଁ ‘ୟେଲୋ’ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି । ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଏଥିପାଇଁ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ଓ କଟକର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇପାରେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking