29.1 C
Bhubaneswar
Thursday, October 6, 2022
Homeଓଡିଶା୧୦ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା: ୧୩ରେ ପୁଣି ଏକ ଲଘୁଚାପ!

୧୦ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା: ୧୩ରେ ପୁଣି ଏକ ଲଘୁଚାପ!

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ପୂର୍ବାନୁମାନ କରାଯାଉଛି । ଏଥିପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ଏକ ଲଘୁଚାପ ପଶ୍ଚିମବଙ୍ଗ ଉପକୂଳରେ ଘନିଭୁତ ହେବାରେ ଲାଗିଛି । ତେଣୁ ଆସନ୍ତା ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ।

ତେବେ ସମ୍ଭାବ୍ୟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରାଯାଇଛି । ମିଳିଥିବା ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ଅର୍ଥାତ୍ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ୧୨ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ଓ କଟକର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି । ଅପରପେକ୍ଷ ଗତ ୨୪ ଘଣ୍ଟାରେ ରାଜ୍ୟର ପ୍ରାୟ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ସମ୍ବଲପୁରର ଜାମନକିରାରେ ସର୍ବାଧିକ ୧୪୭ ମିମି ବର୍ଷା ରେକର୍ଡ କରାଯାଇଛି । ରାଜ୍ୟରେ ହାରାହାରି ୩୩ ମିମି ବର୍ଷା ରେକର୍ଡ ହୋଇଛି । ବର୍ତ୍ତମାନ ସୁଧା ମୌସୁମୀରେ ୬୬୭ ମିମି ବର୍ଷା ରେକର୍ଡ ହୋଇଛି । ଢେଙ୍କାନାଳ, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧରେ ସ୍ୱାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking