28.1 C
Bhubaneswar
Thursday, May 2, 2024
Homeଓଡିଶା୧୩ରେ ପୁଣି ଏକ ଲଘୁଚାପ: ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୧୩ରେ ପୁଣି ଏକ ଲଘୁଚାପ: ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ଶ୍ରୀ ଦାଶ କହିଛନ୍ତି ଯେ, ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଥିବା ଅବପାତ ଏବେ ଦୁର୍ବଳ ଅବସ୍ଥାରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବରେ ଓଡିଶାର ପ୍ରାୟ ସମସ୍ତ ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଆସନ୍ତା ୧୩ ତାରିଖ, ଶନିବାର ଦିନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି ଏବଂ ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି ।

ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧରେ ଅର୍ଥାତ୍ ୧୨ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୧୩ଟି ଜିଲ୍ଲା ଯଥା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଏହି ସମୟ ମଧ୍ୟରେ ଉତ୍ତର ଓଡିଶାର ଜିଲ୍ଲା ଏବଂ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି । ୧୩ରେ ହେବାକୁ ଥିବା ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୪ରେ ବର୍ଷାର ପରିମାଣ ସର୍ବାଧିକ ରହିବ । ବିଶେଷକରି ପଶ୍ଚିମ ଓ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ଆକଳନ କରାଯାଇଛି । ୧୫ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୬ରୁ ବର୍ଷାର ପରିମାଣ ସାମାନ୍ୟ କମିବ ବୋଲି ଆକଳନ କରାଯାଇଛି । ଗତ ୨୪ଘଣ୍ଟା ମଧ୍ୟରେ ଛତିଶଗଡ଼ର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି ।

ଉପର ମୁଣ୍ଡରେ ବର୍ଷା ହେଉଥିବା ବେଳେ ତଳ ମୁଣ୍ଡରେ ବି ବର୍ଷା ହେଉଛି । ଫଳରେ ବନ୍ୟା ଆଶଙ୍କାକୁ ଦୃଢ଼ୀଭୂତ କରୁଛି । ଲଗାଣ ବର୍ଷା ଯୋଗୁ ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ଯାଜପୁର ସହରରେ ସର୍ବାଧିକ ୧୫୦ ମିମି ବର୍ଷା ହୋଇଛି । ଅପରପେକ୍ଷ ଆସନ୍ତା ୧୯ ତାରିଖରେ ପୁଣି ଗୋଟେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଚଳିତ ମୌସୁମୀ ଋତୁରେ ଜୁନରୁ ଆଜି ଯାଏଁ ରାଜ୍ୟରେ ୬୬୭ ମିମି ବର୍ଷା ରେକର୍ଡ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking