34.1 C
Bhubaneswar
Friday, March 29, 2024
Homeଓଡିଶା୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା,୧୩ ଜିଲ୍ଲାକୁ ୱାର୍ଣ୍ଣିଂ

୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା,୧୩ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଏହାର ପ୍ରଭାବରେ ରାଜ୍ୟର ୧୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ, ଢେଙ୍କାନାଳ, ଅନୁଗୁଳ, ଝାଡ଼ସୁଗୁଡା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଦେବଗଡ଼, ସମ୍ବଲପୁର, କେନ୍ଦ୍ରାପଡା, ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଗଷ୍ଟ ୧୩ ଓ ୧୪ ତାରିଖରେ ଲଘୁଚାପର ସର୍ବାଧିକ ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେଣୁ ସମସ୍ତ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

୧୩ ତାରିଖରେ ୧୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ,ନୟାଗଡ, ଗଞ୍ଜାମ, ଗଜପତି ସହ ଆଭ୍ୟନ୍ତରୀଣ ଓଡିଶାର ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଜିଲ୍ଲାରେ ମଧ୍ୟ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି । ସେହିଭଳି ୧୪ ତାରିଖରେ ମଧ୍ୟ ୧୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବା ଯୋଗୁଁ ମତ୍ସଜୀବୀଙ୍କୁ ସମୁଦ୍ର ଯିବାପାଇଁ ମନା କରାଯାଇଛି ।

୧୫ ତାରିଖ ପରେ ବର୍ଷାର ପରିମାଣ କମିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉପରମୁଣ୍ଡରେ ବର୍ଷା ଯୋଗୁଁ ମହାନଦୀ ଅବବାହିକାରେ ଜଳସ୍ତର ବଢ଼ିବା ସହ ଋଷିକୂଲ୍ୟା, ବଂଶଧାରା ଓ ନାଗାବଳୀ ଫୁଲିବ । ଏପଟେ ଲଘୁଚାପ ପୂର୍ବରୁ ତାଣ୍ଡବ ରଚିଛି ସକ୍ରିୟ ମୌସୁମୀ ବର୍ଷା । ବାଲେଶ୍ୱର ଭୋଗରାଇ ବ୍ଲକ ଅନ୍ତର୍ଗତ ଉଜୁଡ଼ା ଗାଁ ସ୍କୁଲରେ ପଶିଛି ପାଣି । ୨ ଦିନ ହେଲା ବନ୍ଦ ରହିଛି ପାଠପଢ଼ା । କେନ୍ଦୁଝର କୋଇଡ଼ା ବ୍ଲକର ଗୋପପୁର ସାହିରେ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି ଲୋକେ । ସେପଟେ ଲଗାଣ ବର୍ଷାରେ ବାଲେଶ୍ୱର ବୁଢ଼ାବଳଙ୍ଗ ଫୁଲିବା ସହ ତଳିଆ ଅଞ୍ଚଳରେ ପାଣି ମାଡ଼ିଯାଇଛି । ଏପଟେ ଭଦ୍ରକରେ ବୈତରଣୀ ନଦୀ ଫୁଲିବା ସହ ଶାଳନ୍ଦୀ ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ହଦଗଡ଼ ଡ୍ୟାମ୍‌ରୁ ପାଣି ଛଡ଼ାଯାଇଛି । ଫଳରେ ଆଖୁଆପଦା ନିକଟରେ ବିପଦ ସଙ୍କେତ ପାଖାପାଖି ପାଣି ପ୍ରବାହିତ ହେଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking