19.1 C
Bhubaneswar
Monday, November 18, 2024
Homeଓଡିଶାକାଳବୈଶାଖୀ ସମ୍ଭାବନା: ୧୯ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ

କାଳବୈଶାଖୀ ସମ୍ଭାବନା: ୧୯ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ

ଭୁବନେଶ୍ୱର: ବର୍ଷା କମିବା ପରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ସାଙ୍ଗକୁ ଗୁଳୁଗୁଳି ଆରମ୍ଭ ହୋଇଯାଇଛି । ଗଲା ୨-୩ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ତାତି ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ସୋମବାର ରାଜ୍ୟର ୬ ଟି ଜିଲ୍ଲାରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି । ଅନ୍ୟପଟେ ତାପମାତ୍ରା ସାଙ୍ଗକୁ ବାୟୁର ଆର୍ଦ୍ରତା ମଧ୍ୟ ଅଧିକ ରହୁଛି । ଏହାର ପ୍ରଭାବରେ ଆସନ୍ତାକାଲି ଅର୍ଥାତ ବୁଧବାର ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡିକରେ ବିଜୁଳି-ଘଡଘଡି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି ।

ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଉପକୂଳ ସମେତ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି ଓ ସୁନ୍ଦରଗଡ଼ ପ୍ରଭୃତି ୧୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି-ଘଡଘଡି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରିି ଏହି ସମୟ ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମଧ୍ୟାହ୍ନ ପରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି । ସାଧାରଣତଃ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନ ହେବା ପର୍ଯ୍ୟନ୍ତ ମୌସୁମୀ ସ୍ୱାଭାବିକ ଅବସ୍ଥାକୁ ଫେରି ନ ଥାଏ । ମାତ୍ର ଆସନ୍ତା ସପ୍ତାହେ ମଧ୍ୟରେ ବଙ୍ଗୋପସାଗରରେ କୌଣସି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ନ ଥିବାରୁ ଏହି ସ୍ଥିତି ଜାରି ରହିବାର ଆଶଙ୍କା କରାଯାଉଛି । ଅନ୍ୟପଟେ ମୌସୁମୀ ଜନିତ ବର୍ଷା ନ ହେଲେ ମଧ୍ୟ ଗରମ ଗୁଳୁଗୁଳି ଯୋଗୁଁ ବିଭିନ୍ନ ସମୟରେ ଉପରବେଳା ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking