19.1 C
Bhubaneswar
Monday, November 18, 2024
Homeଓଡିଶାବଜ୍ରପାତ ସହ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଜ୍ରପାତ ସହ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରଭାବରେ ଦିନର ତାପମାତ୍ରାରେ ବୃଦ୍ଧି ସହ ଅସହ୍ୟ ଗୁଳୁ-ଗୁଳି ହେଉଛି । ତେବେ ଏହାର ପ୍ରଭାବରେ ବୁଧବାର ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡିକରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ସର୍ତକ ସୂଚନାରୁ ଜଣାପଡିଛି । ବୁଧବାର ରାଜ୍ୟରେ ଉପକୂଳ ସମେତ କିଛି ଆଭ୍ୟନ୍ତରୀଣ ଓଡ଼ିଶାର ୧୯ଟି ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ରାଜ୍ୟର ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଏହି ସମୟ ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମଧ୍ୟାହ୍ନ ପରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking