ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘନୀଭୂତ ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସହିତ ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶାର ସମୁଦ୍ର ପତନ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହାସହ ଜଡିତ ଘୂର୍ଣ୍ଣିବଳୟର ମଧ୍ୟ ପ୍ରଭାବ ରହିଛି । ତେଣୁ ଏହି ସବୁ ଅଞ୍ଚଳରେ ଲଘୁଚାପ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।
ତେଣୁ ରାଜ୍ୟରେ ୨ଦିନ ବର୍ଷା ଲାଗି ରହିବ । ଅନେକ ସ୍ଥାନରେ ହାଳୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୧୦ ଜିଲ୍ଲା ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ, ତଳିଆ ଅଞ୍ଚଳା ଓ ସହରରେ ପାଣି ଜମିବାର ସମ୍ଭାବନା ରହିଛି । ସମୁଦ୍ର ଭିତରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ପର୍ଯ୍ୟନ୍ତ ଝଡ ସହ ପବନ ବହିବାର ଆଶଙ୍କା ରହିଛି । ତେଣୁ ମତ୍ସ୍ୟଜୀବୀମାନଙ୍କୁ ୧୨ ତାରିଖ ଯାଏ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି । ୧୩ ତାରିଖ ବେଳକୁ ପାଗରେ ସାମାନ୍ୟ ସୁଧାର ଆସିବ ବୋଲି କହିଛି ପାଣିପାଗ ବିଭାଗ । ଆଜି ଗଜପତିର ମହେନ୍ଦ୍ରପଡ଼ାରେ ସର୍ବାଧିକ ୧୧୭.୪ ମିମି ବର୍ଷା ରେକର୍ଡ କରାଯାଇଛି ।