33.1 C
Bhubaneswar
Sunday, May 5, 2024
Homeଓଡିଶାଘନୀଭୂତ ହେଉଛି ଘୂର୍ଣ୍ଣିବଳୟ: ରାଜ୍ୟରେ ପ୍ରବଳ ବର୍ଷିବ, ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ: ରାଜ୍ୟରେ ପ୍ରବଳ ବର୍ଷିବ, ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଲାଗି ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗର ସୂଚନାନୁଯାୟୀ, ପୂର୍ବ କେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ୧୯ ତାରିଖରେ ବର୍ଷା ଓ ଘଡ଼ଘଡ଼ି ନେଇ ୨୧ଟି ଜିଲ୍ଲା ପାଇଁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୁରଭଞ୍ଜ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରୁ କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ୭ରୁ ୧୧ ସେ.ମି. ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ ଓ ୨୧ ଦୁଇ ଦିନ ଧରି ବର୍ଷାର ସମ୍ଭାବନା ରହିଥିବାବେଳେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ବିଶେଷ କରି ୨୦, ୨୧ ଓ ୨୨ ତାରିଖରେ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ସୂଚନାଯୋଗ୍ୟ ଯେ, ଏଥିପୂର୍ବରୁ ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାଜ୍ୟରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଥିଲା । ପରେ ୩ରୁ ୪ ଦିନ ଧରି ପ୍ରବଳ ଗରମ ସହ ଗୁଳୁଗୁଳି ମଧ୍ୟ ଲାଗି ରହିଥିଲା । ଏବେ ପୁଣି ବର୍ଷାର ସମ୍ଭାବନା ନେଇ ରାଜ୍ୟବାସୀ ଆତଙ୍କିତ ହୋଇପଡ଼ିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking