33.1 C
Bhubaneswar
Saturday, April 27, 2024
Homeଓଡିଶା୨୪ ଘଣ୍ଟାରେ ପ୍ରବଳ ବର୍ଷା: ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

୨୪ ଘଣ୍ଟାରେ ପ୍ରବଳ ବର୍ଷା: ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରର ଓ ତତସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇଛି । ଆସନ୍ତା ୨୧ ତାରିଖ ଯାଏ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରିଛି । ଆଗାମୀ ତିନି ଦିନ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଉପକୂଳ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଉପକୂଳ ଓଡ଼ିଶାରେ ଘୂର୍ଣ୍ଣିବଳୟର ପ୍ରଭାବ ଜାରି ରହିଛି । ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ବାଲେଶ୍ୱର । ଆସନ୍ତା ୨୧ରେ ବରଗଡ଼, ବଲାଙ୍ଗିର ଓ ନୂଆପଡ଼ା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ଭାରୀ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ରାଜ୍ୟରେ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ ଦର୍ଶାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୦ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବିଜୁଳି ଘଡଘଡି ମାରିବାର ସମ୍ଭାବନା ରହିଛି । ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ କୋରାପୁଟ ପ୍ରଭୃତି ୧୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହାକୁ ଦୃଷ୍ଟିରେ ରଖି ଏହି ୧୦ଟି ଜିଲ୍ଲାକୁ ଅରେଞ୍ଜୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ୧୪ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡିକ ହେଉଛି, ଗଜପତି, ମାଲକାନାଗିରି, ରାୟଗଡ଼ା, ଖୋର୍ଦ୍ଧା, କେନ୍ଦ୍ରପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବେଲାଙ୍ଗୀର ଓ ବରଗଡ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ମେଘାଛନ୍ନ ରହିବା ସହ ଅସରାଏ ଦୁଇଅସରା ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking