29.1 C
Bhubaneswar
Saturday, April 27, 2024
Homeଓଡିଶା୨୭ରୁ ପୁଣି ବଢିବ ବର୍ଷାର ପରିମାଣ

୨୭ରୁ ପୁଣି ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୭ରୁ ପୁଣି ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ଏଥିଲାଗି ୪ଜିଲ୍ଲା ଯଥା ଗଞ୍ଜାମ, ଗଜପତି, ପୁରୀ ଏବଂ କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମା ଶଙ୍କର ଦାଶ କହିଛନ୍ତି ଯେ ବାୟୁମଣ୍ଡଳରେ ଏକ ନିମ୍ନଚାପ ରେଖା ସମୁଦ୍ର ପତ୍ତନଠାରୁ ୧.୫ ରୁ ୪.୫ କିମି ଉଚ୍ଚତା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରୁ ବାହାରି ଉତ୍ତର-ଓଡିଶା, ଉତ୍ତର-ଛତିଶଗଡ ଏବଂ ପୂର୍ବ-ମଧ୍ୟପ୍ରଦେଶ ଦେଇ ଉତ୍ତରପଶ୍ଚିମ-ମଧ୍ୟପ୍ରଦେଶ ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ଉପକୂଳ ଓଡିଶା ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ମେଘୁଆ ପାଗ ଲାଗି ରହିବା ସହ କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲା ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ସମ୍ପୃକ୍ତ ଜିଲ୍ଲାଗୁଡିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଂଶିକ ମେଘୁଆ ଆକାଶ ସହିତ ମଧ୍ୟମ ବର୍ଷା କିମ୍ବା କାଳବୈଶାଖୀର ସମ୍ଭାବନା ରହିଛି ।

ସେହିପରି ଗତ ୨୪ ଘଣ୍ଟାରେ ଗଞ୍ଜାମର ବେଲଗୁଣ୍ଠାଠାରେ ସର୍ବାଧିକ ବର୍ଷା ୫୮.୦ ମିମି ରେକର୍ଡ଼ କରାଯାଇଛି । ବର୍ତ୍ତମାନ ସୁଦ୍ଧା ମୌସୁମୀ ଋତୁରେ ୧୧୬୪.୫ ମିମି ବର୍ଷା ରେକର୍ଡ ହୋଇଛି । ଏଯାବତ ରାଜ୍ୟରେ ୫ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ଏବଂ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି । ଅନ୍ୟପଟେ ଆଗକୁ ଏକ ଆଉ ଏକ ଘୂର୍ଣ୍ଣିବଳୟ ଆସୁଛି । ଏହାର ପ୍ରଭାବରେ ମଧ୍ୟ ରାଜ୍ୟରେ ବର୍ଷା ହେବ । ତେବେ ମୌସୁମୀର ପ୍ରଭାବ ସେତେଟା ନଥିବାରୁ ଏହା ଲଘୁଚାପର ରୂପ ନେବ କି ନାହିଁ ତାହା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ହେବ ବୋଲି ଶ୍ରୀ ଦାଶ ସୂଚନା ଦେଇଛନ୍ତି ।ହା ଲଘୁଚାପର ରୂପ ନେବ କି ନାହିଁ ତାହା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ହେବ ବୋଲି ଶ୍ରୀ ଦାଶ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking