28.1 C
Bhubaneswar
Thursday, May 2, 2024
Homeଓଡିଶା୨୯ ଓ ୩୦ରେ ପ୍ରବଳ ବର୍ଷା ସମ୍ଭାବନା

୨୯ ଓ ୩୦ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୨ବର୍ଷ ପରେ ଦୁର୍ଗା ପୂଜାର ଆୟୋଜନ ଜୋରଦାର କରାଯାଉଥିବା ବେଳେ ଚଳିତବର୍ଷ ପୂଜାର ମାହୋଲ ଫିକା ପଡିବାର ସମ୍ଭାବନା ସୃଷ୍ଟି ହୋଇଛି । ଆସନ୍ତା ୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଅଯାଇଛି । ପାଣିପାଗ ବିଜ୍ଞାନୀ ଏଚ୍‌.ଆର୍ ବିଶ୍ୱାସଙ୍କ ଅନୁଯାୟୀ, ଆସନ୍ତା ଅକ୍ଟୋବର ୧ ତାରିଖରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି । ତେବେ କିଛି ଜିଲ୍ଲାରେ ଆସନ୍ତା କାଲିଠୁ ୩୦ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟରେ ଘଡ଼ଘଡି଼ ବିଜୁଳି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋୱାଣ୍ଣିଂ ଜାରି କରାଯାଇଛି । ଏହାବ୍ୟତୀତ ୨୮ ଏବଂ ୨୯ ତାରିଖରେ ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏନେଇ ସମ୍ପୃକ୍ତ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧ ରୁ ୩ ତାରିଖ ପର୍ଯ୍ୟନ୍ତ ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନର ରହିଛି । ୨ ଓ ୩ ତାରିଖରେ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ୨ ତାରିଖରୁ ବର୍ଷାର ପରିମାଣ ବଢିବା ସହ ଉପକୂଳ ଓଡିଶାରେ ଏହାର ପ୍ରଭାବ ଅଧିକ ରହିବ । ଆସନ୍ତା ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଂଶିକ ମେଘୁଆ ଆକାଶ ସହିତ ମଧ୍ୟମ ବର୍ଷା କିମ୍ବା କାଳବୈଶାଖୀର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking