31.1 C
Bhubaneswar
Sunday, May 19, 2024
Homeଓଡିଶା୭ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

୭ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିବା ବେଳେ ଆସନ୍ତାକାଲି ଠାରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏନେଇ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରି ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତାକାଲି ଅର୍ଥାତ ୩ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସେହିପରି ୪ ତାରିଖରେ ୭ଟି ଜିଲ୍ଲା ଯଥା ଗଞ୍ଜାମ, ଗଡ଼ପତି, ପୁରୀ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି ।

ପାଣିପାଗ କେନ୍ଦ୍ରର ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ସକାଳ ସାଢ଼େ ୮ଟା ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା ଏବଂ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୭-୧୧ସେଣ୍ଟିମିଟର ବର୍ଷା ହେବାର ପୁର୍ବାନୁମାନ କରାଯାଇଛି । ଏନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୩ତାରିଖ ସକାଳ ସାଢ଼େ ୮ଟାରୁ ୪ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ସୁନ୍ଦରଗଡ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, ଅନୁଗୁଳ ଏବଂ ଢ଼େଙ୍କାନାଳରେ ପ୍ରବଳ ବର୍ଷା ( ୭-୧୧ସେଣ୍ଟିମିଟର )ସମ୍ଭାବନା ରହିଛି । ୪ତାରିଖ ସକାଳ ସାଢ଼େ ୮ଟାରୁ ୫ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ । ଏଠାରେ ୭-୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଏହି ସମୟ ମଧ୍ୟରେ ମୟୁରଭଞ୍ଜ, ରାୟଗଡା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂପୁର ଏବଂ ନୟାଗଡରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ତାରିଖ ସକାଳ ସାଢ଼େ ୮ଟାରୁ ୬ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରୟଗଡା, କଟକ, ଜଗତସିଂପୁର, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷିବ । ଏଠାରେ ମଧ୍ୟ ବର୍ଷାର ପରିମାଣ ୭-୧୧ସେଣ୍ଟିମିଟର ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ୭ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ନୂଆପଡା, ବରଗଡ, ନବରଙ୍ଗପୁର, ଝାରସୁଗୁଡା ଏବଂ ସୁନ୍ଦରଗଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ ଦର୍ଶାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking