26.1 C
Bhubaneswar
Friday, October 18, 2024
Homeଓଡିଶାପ୍ରବଳ ବର୍ଷା ପାଇଁ ୧୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ପାଇଁ ୧୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆନ୍ଧ୍ର ଉପକୂଳ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିବା ଯୋଗୁ ରାଜ୍ୟରେ ବର୍ଷା ଲାଗି ରହିଛି । ଆସନ୍ତା ୯ତାରିଖ ପର୍ଯ୍ୟନ୍ତ ଏହି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । ଶ୍ରୀ ଦାଶ କହିଛନ୍ତି, ଘୂର୍ଣ୍ଣିବଳୟ ସକ୍ରିୟ ଯୋଗୁ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଉପକୂଳ ଓଡ଼ିଶାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଏହି ବର୍ଷା ଲାଗିରହିବ ।

ବିଶେଷକରି ୧୦ ଟି ଜିଲ୍ଲା ଯଥା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ରାୟଗଡ଼ା, ଅନୁଗୁଳ, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ରାଜ୍ୟରେ ୯ ତାରିଖ ଯାଏ ବର୍ଷା ଲାଗି ରହିବ । ଗତ ୨୪ଘଣ୍ଟା ମଧ୍ୟରେ କୋରାପୁଟ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ଉପକୂଳ ଓଡ଼ିଶାରେ ସର୍ବାଧିକ ବର୍ଷା ହୋଇଛି । ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇଛି । ଟ୍ୱିନ୍ ସିଟିରେ ବର୍ଷା ଲାଗି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking