30.1 C
Bhubaneswar
Saturday, October 5, 2024
Homeଓଡିଶାସୃଷ୍ଟି ହେଲା ଲଘୁଚାପ: ୨୧ରେ ଦକ୍ଷିଣ ଓଡ଼ିଶାରେ ବର୍ଷା!

ସୃଷ୍ଟି ହେଲା ଲଘୁଚାପ: ୨୧ରେ ଦକ୍ଷିଣ ଓଡ଼ିଶାରେ ବର୍ଷା!

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ତେବେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ୧୯ ତାରିଖ ସୁଦ୍ଧା ଅବପାତରେ ପରିଣତ ହେବା ନେଇ ପୂର୍ବାନୁମାନ କରାଯାଇଛି । ପରବର୍ତ୍ତୀ ୩ ଦିନ ଯାଏ ଏହା ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଫଳରେ ୨୧ ତାରିଖ ବେଳକୁ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଅନ୍ୟପକ୍ଷରେ ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଆରମ୍ଭ ହୋଇଯାଇଥିବା ବେଳେ ଆଜି ରାଜ୍ୟର ୯ଟି ସହରର ତାପମାତ୍ରା ୧୪ ଡିଗ୍ରୀ ତଳେ ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ରାଜ୍ୟର ସର୍ବନିମ୍ନ ତାପମାତ୍ରା କୋରାପୁଟ ଜିଲ୍ଲାର ସେମିଳିଗୁଡ଼ାଠାରେ ରେକର୍ଡ ହୋଇଛି ।

ଏଠାରେ ତାପମାତ୍ରା ୭.୬ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଜି. ଉଦୟଗିରିରେ ୮.୨ ଡିଗ୍ରୀ ଓ ଦାରିଙ୍ଗବାଡ଼ିରେ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଛି । କୋରାପୁଟରେ ୧୦.୫, ଫୁଲବାଣୀରେ ୧୧, ଭବାନୀପାଟଣାରେ ୧୨, ସୁନ୍ଦରଗଡ଼ ଜିଲ୍ଲା କିରେଇରେ ୧୨, ସମ୍ବଲପୁର ଜିଲ୍ଲା ଚିପିଲିମାରେ ୧୩.୨ ଓ ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୧୩.୬ ଡିଗ୍ରୀ ସେଲସିୟଅସ୍ ରେକର୍ଡ ହୋଇଛି । କଟକ-ଭୁବନେଶ୍ୱରର ତାପମାତ୍ରା ମଧ୍ୟ ୧୭ ଡିଗ୍ରୀ ତଳକୁ ଖସିଛି । ଗତ ରାତିରେ କଟକର ରାତି ତାପମାତ୍ରା ୧୬.୬ ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରର ୧୬.୫ ଡିଗ୍ରୀ ଥିଲା । ରାଜ୍ୟରେ ଶୁଖିଲା ପାଗ ଜାରି ରହିବ ଏବଂ ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତ ଆଗାମୀ ୪ ରୁ ୫ ଦିନ ଯାଏଁ ଅନୁଭୂତ ହେବ । ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ରାତ୍ରି ତାପମାତ୍ରା ଆଗାମୀ ୪ରୁ ୫ ଦିନ ଯାଏଁ ସ୍ୱାଭାବିକ ତାପମାତ୍ରା ଠାରୁ ୨ ରୁ ୪ ଡିଗ୍ରୀ ଯାଏଁ କମ୍ ରହିବାର ସମ୍ଭାବନା ରହିବ ବୋଲି ଆକଳନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking