23.1 C
Bhubaneswar
Monday, May 13, 2024
Homeଓଡିଶା୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା , ୟେଲୋ ୱାର୍ଣ୍ଣିଂ ଜାରି

୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା , ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, କେନ୍ଦୁଝର, ନବରଙ୍ଗପୁର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ହେବାର ଆଶଙ୍କା । ଏହା ବ୍ୟତୀତ ପ୍ରବଳ ବର୍ଷାକୁ ନେଇ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି ଘଡ଼ଘଡ଼ି ସହି ବର୍ଷା ସମ୍ଭାବନା ଥିବାରୁ ଓଡ଼ିଶା ଉପକୂଳ ଜିଲ୍ଲା ତଥା କନ୍ଧମାଳ, ଡ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡି ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସମ୍ଭାବ୍ୟ ଲଘୁଚାପ କାରଣୁ ଆଜି ଓ କାଲି ସର୍ବାଧିକ ବର୍ଷା ହେବ । ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking