37.1 C
Bhubaneswar
Saturday, April 20, 2024
Homeଓଡିଶା୨୯ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା, ତଥାପି ଜାରି ରହିବ ଗୁଳୁଗୁଳି

୨୯ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା, ତଥାପି ଜାରି ରହିବ ଗୁଳୁଗୁଳି

ଭୁବନେଶ୍ୱର: ୨୯ ତାରିଖ ପର୍ଯ୍ୟନ୍ତ ଉପକୂଳ ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି । ତେବେ ଆସନ୍ତାକାଲି କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଥିବାରୁ ୨୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସମେତ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଥିବା କାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଉଛି । ତେବେ ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ରହିଲେ ମଧ୍ୟ ତାତିରେ ବ୍ରେକ୍ ଲାଗିବାର ସମ୍ଭାବନା ନାହିଁ । ବିଶେଷ କରି ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଅଧିକ ରହିବ ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ସୋନପୁର, ନୂଆପଡ଼ା ଜିଲ୍ଲାରେ ୪୦ ରୁ ୪୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରହିବ ବୋଲି ଆକଳନ କରାଯାଇଛି । ସେହିପରି ଉପକୂଳ ଓଡ଼ିଶାରେ କାଳବୈଶାଖୀ ହେଲେ ମଧ୍ୟ ତାତି ୪୦ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରହିପାରେ ବୋଲି କହିଛି ପାଣିପାଗ କେନ୍ଦ୍ର । ଶୁକ୍ରବାର ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ଂ ଉପରେ ରହିଥିବା ବେଳେ ସମ୍ବଲପୁରର ତାପମାତ୍ରା ସର୍ବାଧିକ ୪୨.୪ଂ ରେକର୍ଡ କରାଯାଇଛି । ସେହିପରି ଝାରସୁଗୁଡା ୪୦.୮, ସୁନ୍ଦରଗଡ ୪୦, ହୀରାକୁଦ ୪୦.୭, ବଲାଙ୍ଗୀର ୪୨, ଟିଟିଲାଗଡ ୪୧.୫, ସୋନପୁର ୪୧.୭, ବୌଦ୍ଧ ୪୨.୨, ଯାଜପୁର ୪୦.୫, ବରଗଡ ୪୦.୮ଂ ରେକର୍ଡ କରାଯାଇଛି । ଭୁବନେଶ୍ୱରରେ ତାପମାତ୍ରା ୩୭.୨ଂ ଏବଂ କଟକରେ ୩୬.୬ଂ ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking