36.1 C
Bhubaneswar
Saturday, May 18, 2024
Homeଓଡିଶାସାରା ରାଜ୍ୟରେ ନିଆଁ ବର୍ଷା

ସାରା ରାଜ୍ୟରେ ନିଆଁ ବର୍ଷା

ଭୁବନେଶ୍ୱର : ନାକେଦମ କରୁଛି ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ଅସହ୍ୟ ତାତି ଅନୁଭୂତ ହେବ । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ସୁନ୍ଦରଗଡ଼, ବଲାଙ୍ଗୀର, ବୌଦ୍ଧ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୫ ଦିନ ଯାଏଁ ଦିନର ତାପମାତ୍ରା ୩ ରୁ ୫ ଡିଗ୍ରୀ ଅଧିକ ରହିବ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଗରମ ପବନ ପ୍ରବେଶ କରୁଛି ଯାହା ତାପମାତ୍ରା ବୃଦ୍ଧି କରାଇବାରେ ସହାୟକ ହେଉଛି । କିଛି କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏଁ ଅଧିକ ରହିବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ହୋଇଥିଲା । କିଛି କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୫ ଡିଗ୍ରୀ ଯାଏଁ ଅଧିକ ରହିଥିଲା ।ଝାରସୁଗୁଡ଼ା ପାଲଟି ଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର । ସ୍ବାଭାବିକ ଠାରୁ ୬ଡିଗ୍ରୀ ଅଧିକ ତାତି ରେକର୍ଡ କରାଯାଇଥିଲା । ୧୬ ସହରର ତାପମାତ୍ରା ୪୨ ଡିଗ୍ରୀ ଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking