27.1 C
Bhubaneswar
Saturday, October 19, 2024
Homeଓଡିଶାଆସନ୍ତା ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୬ ତାରିଖ ସୋମବାର ଅପରାହ୍ନ ମଧ୍ୟରେ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା ଓ କଳାହାଣ୍ଡି ପ୍ରଭୃତି ୧୩ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହିସବୁ ଜିଲ୍ଲାକୁ ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି ଭୁବନେଶ୍ୱର ଓ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନ/ସନ୍ଧ୍ୟାରେ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking