26.1 C
Bhubaneswar
Tuesday, September 17, 2024
Homeଓଡିଶାଦୁଇ ଦିନ ପ୍ରବଳ ବର୍ଷା; ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଦୁଇ ଦିନ ପ୍ରବଳ ବର୍ଷା; ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର : ସକ୍ରିୟ ରହିଛି ଲଘୁଚାପ । ୨ ଦିନ ପ୍ରବଳ ବର୍ଷା । ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ଭଲପୁର, ଝାରସୁଗୁଡ଼ାରେ ୧୨ ସେଣ୍ଟିମିଟରରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ପ୍ରବଳରୁ ଅତି ପ୍ରବଳ ବର୍ଷା ଫଳରେ ତଳିଆ ଅଞ୍ଚଳରେ ପାଣି ଜମିବାର ଆଶଙ୍କା ରହିଛି।

ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଓ କଚା ଘର କାନ୍ଥ ଭୁଶୁଡିବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆଗାମୀ ଦୁଇ ଦିନ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ୨୮ ତାରିଖ ଯାଏଁ ଗଭୀର ସମୁଦ୍ରକୁ ବାରଣ କରାଯାଇଛି l ଲଘୁଚାପ ପ୍ରଭାବ ଆସନ୍ତାକାଲି ଯାଏଁ ରହିବ । ସେହିଭଳି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମୌସୁମୀ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking