31.7 C
Bhubaneswar
Wednesday, January 22, 2025
Homeଓଡିଶା୨୪ରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

୨୪ରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଶୁକ୍ରବାର ସକାଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବତ୍ତୀ ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତସଲଗ୍ନ ଓଡ଼ିଶା ଉପକୂଳରେ କେନ୍ଦ୍ରୀଭୂତ ଅଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି । ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଫଳରେ ଏହାର ପ୍ରଭାବରେ ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଯାହାଦ୍ୱାରା ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୨ ତାରିଖ ଅପରାହ୍ନ ମଧ୍ୟରେ ପଶ୍ଚିମ ଓଡ଼ିଶାର ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ବରଗଡ଼, ବୌଦ୍ଧ, ସୋନପୁର ଏବଂ ସମ୍ବଲପୁର ପ୍ରଭୃତି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର (୭ ରୁ ୨୦ ସେମି) ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ଅନୁଗୁଳ, ନୟାଗଡ, କଟକ ଏବଂ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷାର (୭ରୁ ୧୧ ସେମି) ସମ୍ଭାବନା ରହିଛି ।

ସେଥିପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସକ୍ରିୟ ଲଘୁଚାପ ଏବଂ ଶକ୍ତିଶାଳୀ ମୌସୁମୀ ପ୍ରବାହ ହେତୁ ଓଡ଼ିଶା ଉପକୂଳର ଆଖପାଖ ଅଞ୍ଚଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତ-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୨ ତାରିଖ ଯାଏଁ ଝଡ଼ ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବୋହିବାର ସମ୍ଭାବନା ରହିଛି । ତେଣୁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଶୁକ୍ରବାର ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ଭଦ୍ରକରେ ସର୍ବାଧିକ ୩୩.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ୱରରେ ୧୫.୩ ମିମି, ଅନୁଗୁଳ ୨୦ ମିମି, ଝାରସୁଗୁଡା ୨୪.୨ ମିମି, ଭବାନୀପାଟଣା ୧୫ ମିମି, ଦାରିଙ୍ଗବାଡିରେ ୧୭ ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking