31.1 C
Bhubaneswar
Sunday, May 19, 2024
Homeଓଡିଶା୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା!

୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା!

ଭୁବନେଶ୍ୱର: ଲଘୁଚାପ କ୍ଷେତ୍ର ଆଜି ଆହୁରି ଘନୀଭୂତ ହୋଇ ପଶ୍ଚିମ- କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୬ ତାରିଖରେ ଓଡ଼ିଶାର ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହଥିବା ବେଳେ ୮ ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି । ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ନବରଙ୍ଗପୁର ପ୍ରଭୃତି ୮ ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି କରାଯାଇଛି । ସେହିପରି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ଉପରମୁଣ୍ଡରେ ଜଳସ୍ତର ବଢ଼ିବାରୁ ହୀରାକୁଦ ଡ୍ୟାମର ପୁଣି ୪ ଗେଟ ଖୋଲାଯାଇଛି । ଗତକାଲି ୩ ଗେଟ ଖୋଲାଯାଇଥିôଲା । ଏହାକୁ ମିଶାଇ ମଙ୍ଗଳବାର ସୁଦ୍ଧା ମୋଟ୍ ୧୨ ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking