ଭୁବନେଶ୍ୱର: ରାଜ୍ୟରେ ନିଷ୍କ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଗାମୀ ୪ ଦିନ ଯାଏ ବର୍ଷା ଆଲର୍ଟ ଜାରି ହୋଇଛି । ଆଜି ପାଇଁ ୧୨ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଟ୍ରାପ୍ ଲାଇନ ଉତ୍ତର ମୁହାଁ ଥିବାରୁ ରାଜ୍ୟରେ କମିଛି ବର୍ଷା।
ତେବେ ୧୫ ତାରିଖ ପରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଚଳିତ ମୌସୁମୀ ଋତୁରେ ଏଯାଏ ୬୫୩ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ବାଭାବିକ ବୃଷ୍ଟିପାତ ୬୯୮. ୪ ମିମି ତୁଳନାରେ ୬ ପ୍ରତିଶତ କମ୍ । ଉପକୂଳ ଓଡ଼ିଶାର ଜିଲ୍ଲାମାନଙ୍କରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।