27.1 C
Bhubaneswar
Sunday, May 25, 2025
Homeଓଡିଶାଆସୁଛି ଲଘୁଚାପ ବର୍ଷା; ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଆସୁଛି ଲଘୁଚାପ ବର୍ଷା; ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଅଗଷ୍ଟଭଳି ଡ୍ରାଏ ରହିବନି ସେପ୍ଟେମ୍ବର । ଅଗଷ୍ଟର ନିଅଣ୍ଟିଆ ବର୍ଷା ସେପ୍ଟେମ୍ବରରେ ଭରଣା ହେବ ବୋଲି ଆକଳନ କରାଯାଇଛି । ସ୍ୱାଭାବିକ୍‌ଠାରୁ ଏହି ମାସରେ ଅଧିକ ବର୍ଷିବ । କୃଷି ବିଶେଷଜ୍ଞ ମତ ଦେଇଛନ୍ତି, ରବି ଫସଲ ପାଇଁ ପାଗ ବଢ଼ିଆ ରହିଛି । ତେବେ ମୌସୁମୀ ଋତୁରେ ଏପର୍ଯ୍ୟନ୍ତ ରାଜ୍ୟରେ ୧୨% କମ୍ ବର୍ଷା ହୋଇଛି । ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷିଥିବାବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ୍ ବର୍ଷା ରେକର୍ଡ କରାଯାଇଛି । ପାଣିପାଗ ବିଭାଗ ସୂଚନା ଦେଇଛି, ସୋମବାରଠୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିନରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶକୁ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ଅତିପ୍ରବଳ ବର୍ଷା ହେବ । କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ୬ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ରେଡ୍‍ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୫ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିସହ ଆସନ୍ତା ଦୁଇ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ରହିଛି । ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି ।

ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି । ଜିଲ୍ଲାର କାଲିମେଳା ବ୍ଲକର ଏମ୍‍ଭି-୯୬ ଗ୍ରାମ ନିକଟସ୍ଥ ୩୨୬ ନମ୍ବର ରାଜପଥ ପୋଲ ଉପରେ ୪ ଫୁଟ୍ ଜଳ ପ୍ରବାହିତ ହେଉଛି । ଫଳରେ ମାଲକାନଗିରିଠାରୁ ଏମ୍‍ଭି-୭୯, ମୋଟୁ ସମେତ ପଡ଼ୋଶୀ ଆନ୍ଧ୍ରପ୍ରଦେଶକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking