ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପୂର୍ବରୁ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମ୍ଭାବ୍ୟ ଲଘୁଚାପ ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାର ପ୍ରଭାବରେ ୩୦ ତାରିଖରୁ ଅକ୍ଟୋବର ୩ ତାରିଖ ସକାଳ ସାଢ଼େ ୮ଟା ଯାଏଁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୨୪ ଘଣ୍ଟା ଭିତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଡଘଡ଼ି ମାରିବାର ସମ୍ଭାବନା ରହିଛି।
ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ବାଲେଶ୍ୱର ଜିଲ୍ଲା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବଜ୍ରପାତ-ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।