31.1 C
Bhubaneswar
Thursday, July 4, 2024
Homeଓଡିଶାବଙ୍ଗୋପସାଗରରେ ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସହ ୨୨...

ବଙ୍ଗୋପସାଗରରେ ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସହ ୨୨ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ସଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଉତ୍ତର- ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ ବଢ଼ିବ। ଆଜି ଉତ୍ତର ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିବ।

ରାଜ୍ୟରେ ବହୁ ଜିଲ୍ଲାର ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ଥିବା ବେଳେ ଆସନ୍ତାକାଲି (ଶନିବାର) ଠାରୁ ରାଜ୍ୟରେ ପାଗ ବଦଳି ମେଘୁଆ ପାଗ ସହ ବର୍ଷାର ବିସ୍ତୃତି ବଢ଼ିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ଶୁକ୍ରବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଶନିବାର ଅପରାହ୍ନ ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏପରିସ୍ଥିତିରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ଲୋକମାନଙ୍କୁ ସୁରକ୍ଷିତ ଓ ନିରାପଦ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking