27.1 C
Bhubaneswar
Saturday, November 23, 2024
Homeଓଡିଶାରାଜ୍ୟରୁ ଫେରିଯିବ ମୌସୁମୀ!

ରାଜ୍ୟରୁ ଫେରିଯିବ ମୌସୁମୀ!

ଭୁବନେଶ୍ୱର: ଓଡ଼ିଶାରୁ ଫେରିଯିବ ମୌସୁମୀ ! ୯ ତାରିଖ ପରେ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ ହୋଇଛି । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ବଡ ବର୍ଷାର ସମ୍ଭାବନା ନାହିଁ । ତାପମାତ୍ରା ବୃଦ୍ଧି କରିବ ଶୁଖିଲା ପାଗ । ସ୍ୱାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ବଢିବ ପାରଦ । ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ କାଲିଠୁ ସାରା ଓଡ଼ିଶାରେ ଶୁଖିଲା ପାଗ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂବାନୁମାନ କରାଯାଇଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହେବା ପରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସମାନ୍ୟ ବା ମଧ୍ୟମ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ପ୍ରକାଶଥାଉ କି, ଚଳିତ ବର୍ଷ ଜୁନ୍ ୨୨ରେ ଓଡ଼ିଶା ଛୁଇଁଥିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ୮ ଦିନ ବିଳମ୍ବରେ ଆସିଥିଲେ ମଧ୍ୟ ୫ ଦିନ ପୂର୍ବରୁ ଫେରିଯିବା ନେଇ ଆକଳନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking