30.1 C
Bhubaneswar
Monday, May 20, 2024
Homeଓଡିଶା୧୪ରୁ ରାଜ୍ୟର ଏହି ସବୁ ସ୍ଥାନରେ ହୋଇପାରେ ବର୍ଷା

୧୪ରୁ ରାଜ୍ୟର ଏହି ସବୁ ସ୍ଥାନରେ ହୋଇପାରେ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହଛି । ୧୯ଟି ସହରର ଦିନର ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ କରାଯାଇଥିଲା । ପାରଳାଖେମୁଣ୍ଡିରେ ସର୍ବାଧିକ ୩୮.୧ ଡିଗ୍ରୀ ସେଲ୍‌?ସିୟସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗିର,ଟିଟିଲାଗଡ଼ ଓ ବୌଦ୍ଧରେ ଦିନର ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ସେଲ୍‌?ସିୟସ ରେକର୍ଡ କରାଯାଇଥିଲା । ସେହିଭଳି ଭୁବନେଶ୍ୱରରେ ତାପମାତ୍ରା ୩୭ ଡିଗ୍ରୀ ରହିଥିବା ବେଳେ ତାଳଚେରରେ ୩୭.୪,ଭବାନୀପାଟଣାରେ ୩୭.୮, ମାଲକାନଗିରିରେ ୩୭, ନୟାଗଡ଼ରେ ୩୭.୫, ଢେଙ୍କାନାଳରେ ୩୭, ଜଗତସିଂହପୁରରେ ୩୬.୭, ରାଉରକେଲାରେ ୩୬, ସୋନପୁରରେ ୩୬.୮, ହୀରାକୁଦରେ ୩୬.୨, ସୁନ୍ଦରଗଡ଼ରେ ୩୬.୨, ସମ୍ବଲପୁରରେ ୩୬.୫,ଝାରସୁଗୁଡ଼ାରେ ୩୬.୮,ଅନୁଗୋଳରେ ୩୬.୭ ଓ କଟକରେ ୩୬.୨ ଡିଗ୍ରୀ ସେଲସିୟସ ରହିଥିଲା । ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍ ଅନୁସାରେ ଆସନ୍ତାକାଲି ମଧ୍ୟ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିବ । ତେବେ ୧୪ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲ୍‌?କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

୧୪ ତାରିଖ ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌?କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବାକି ସବୁ ଜିଲ୍ଲାରେ ପାଗ ଶୁଖିଲା ରହିବ । ୧୫ ତାରିଖ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓଡ଼ିଶା, ନୟାଗଡ଼, ଖୋର୍ଦ୍ଧା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବାକି ସବୁ ଜିଲ୍ଲାରେ ପାଗ ଶୁଖିଲା ରହିବ । ୧୬ ତାରିଖ ସକାଳ ସାଢ଼େ ୮ଟାରୁ ୧୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌?କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ରାଜ୍ୟର ବାକି ଜିଲ୍ଲା ଗୁଡ଼ିକରେ ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌?କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୭ ତାରିଖ ସକାଳ ସାଢ଼େ ୮ଟାରୁ ୧୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡ଼ାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ରାଜ୍ୟର ବାକି ସବୁ ଜିଲ୍ଲାରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି । ୧୮ ତାରିଖ ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପାଗ ଶୁଖିଲାର ରହିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି । ପାଣିପାଗ ବିଭାଗ ପକ୍ଷରୁ ଆହୁରି କୁହାଯାଇଛି ଯେ ଆଗାମୀ ଦୁଇ-ତିନି ଦିନ ସର୍ବାଧିକ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ବୃଦ୍ଧି ହେବ । ତା’ପରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରାରେ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking