26.1 C
Bhubaneswar
Tuesday, September 17, 2024
Homeଓଡିଶାଆଜି ବି ହେବ ବର୍ଷା

ଆଜି ବି ହେବ ବର୍ଷା

ଭୁବନେଶ୍ବର: ରାଜ୍ୟରେ ବଦଳିଛି ପାଗ, ତାତିରୁ ମିଳିଛି ଅସ୍ବସ୍ତି । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି। ଏକ ପଶ୍ଚିମା ଝଡ ସକ୍ରିୟ ହୋଇଥିବା ବେଳେ ବାୟୁମଣ୍ଡଳର ଉପରିଭାଗରେ ଏକ ନିମ୍ନଚାପରେଖା ସୃଷ୍ଟି ହୋଇଛି। ଏହାସହ ଉପକୂଳ ଓଡ଼ିଶାରେ ଏକ ଗୁରୁଚାପବଳୟ ସକ୍ରିୟ ରହିଛି । ଫଳରେ ରାଜ୍ୟକୁ ପ୍ରଚୁର ମାତ୍ରାରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ୩ଟି ଯାକ ପାଣିପାଗ ପ୍ରତିକ୍ରିୟାଶୀଳ ହୋଇ ଘଡଘଡି ବିଜୁଳି ସହ ରାଜ୍ୟରେ ଝଡବର୍ଷା ସୃଷ୍ଟି କରିବାରେ ସହାୟକ ହେଉଛି । ଆଜି ବି କେତେକ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ୧୦ ତାରିଖରୁ ପାଗ ବଦଳିବା ସମ୍ଭାବନା ରହିଛି। କିଛି ଦିନର ଅସହ୍ୟ ଗ୍ରୀଷ୍ମପ୍ରବାହ ପରେ ଗତକାଲି ରାଜ୍ୟର କିଛି ଅଞ୍ଚଳରେ ତାତିରୁ ମିଳିଛି ତ୍ରାହି ।

କାଳବୈଶାଖୀ ଯୋଗୁଁ ସାମୟିକ ଆଶ୍ୱସ୍ତି ମିଳିଛି । ଆଜି ମଧ୍ୟ ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିବ । ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛିି ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ । କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ବିଜୁଳି ଘଡ଼ଘଡ଼ି ସମୟରେ ଯେତେଦୂର ସମ୍ଭବ ଘରେ ରହିବା ସହ କବାଟ ଝରକା ବନ୍ଦ ରଖିବା, ଝଡ଼ବର୍ଷା ସମୟରେ ବାହାରକୁ ନଯିବା, ଗଛତଳେ ଆଶ୍ରୟ ନ ନେବାକୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking