24.1 C
Bhubaneswar
Sunday, March 22, 2026
Homeଓଡିଶା୫ ଦିନ ରାଜ୍ୟରେ ଲାଗି ରହିବ ବର୍ଷା, ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

୫ ଦିନ ରାଜ୍ୟରେ ଲାଗି ରହିବ ବର୍ଷା, ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ତେବେ ଆଗାମୀ ୫ ଦିନ ଯାଏଁ ଏଭଳି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ।

ଦୁଇଦିନ ଅର୍ଥାତ ୨୮ ଓ ୨୯ ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ରାୟଗଡ଼ା, କଳାହାଣ୍ଡି, ଗଜପତି, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ନୟାଗଡ଼, କଟକ, ଅନୁଗୁଳ, ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ସୂଚନା ଦେଇଛନ୍ତି ପାଣିପାଗ ବିଭାଗ ।

ଏହି ସବୁ ଜିଲ୍ଲା ଗୁଡିକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ୨୪ ଜିଲ୍ଲାରେ ବିଜୁଳି ଘଡଘଡି ସହ କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବା ସମ୍ଭାବନା ଦେଇଛି ବିଭାଗ । ସେହିପରି ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ବେଳେ ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ଓ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking