27.2 C
Bhubaneswar
Wednesday, April 15, 2026
Homeଓଡିଶାରାଜ୍ୟର ଆଉ ଦୁଇ ଦିନ ପ୍ରବଳ ବର୍ଷା ଲାଗି ରହିବ

ରାଜ୍ୟର ଆଉ ଦୁଇ ଦିନ ପ୍ରବଳ ବର୍ଷା ଲାଗି ରହିବ

ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ୨ଦିନ ଯାଏଁ ରାଜ୍ୟରେ ଏପରି ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉକ୍ତ ତିନି ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ବଲାଙ୍ଗିର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଯାଜପୁର, ଖୋର୍ଦ୍ଧା ଆଦି ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରାଯାଇଛି । ଅନ୍ୟପଟେ ଜୁଲାଇ ପ୍ରଥମ ସପ୍ତାହରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ସମୁଦ୍ର ଅଶାନ୍ତ ରହିବା ଯୋଗୁଁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାପାଇଁ ମନା କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking