ଭୁବନେଶ୍ୱର: ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତଟି ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ। ଗତକାଲିର ଅବପାତ ଆଜି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂରେ ରହିଛି। ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି ଅବପାତ। ବିଶାଖାପାଟଣା ଠାରୁ ୯୦ କିମି ଏବଂ ମାଲକାନଗିରି ଠାରୁ ୧୨୦ କିମି ଦୂରରେ ରହିଛି। ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ପରେ ଦୁର୍ବଳ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ। ପ୍ରଭାବରେ ଆଜି ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।










