24.1 C
Bhubaneswar
Wednesday, November 13, 2024
Homeଓଡିଶାଉତ୍ତର ଓଡିଶାରେ ପ୍ରବଳ ଛେଚିବ

ଉତ୍ତର ଓଡିଶାରେ ପ୍ରବଳ ଛେଚିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେଇଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ରହିଛି । ଏହା ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ମୁହାଁଉଛି ।

ଏହାର ପ୍ରଭାବରେ ରବିବାର ଉତ୍ତର ଓଡ଼ିଶାର ଅଧିକାଂଶ ଓ ଦକ୍ଷିଣର ଅନେକ ଜାଗାରେ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜ, ବରଗଡ଼, ସୋନପୁର, ଅନୁଗୁଳ, କେନ୍ଦୁଝର ଓ ଦେବଗଡ଼ରେ ପ୍ରବଳ ବର୍ଷା ହୋଇପାରେ।

ସୋମବାର ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳରେ ଅଧିକ ବର୍ଷା ହେବ । ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ଆଶଙ୍କା ଅଛି। ୧୭ ପରେ ରାଜ୍ୟରେ ବଡ଼ ଧରଣର ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking