28.1 C
Bhubaneswar
Sunday, September 22, 2024
Homeଓଡିଶାପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା ସମେତ ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଜି ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ । ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶାରେ ବି ବର୍ଷିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୨ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ପୁରୀ, ଖୋର୍ଦ୍ଧା,ଅନୁଗୁଳ, ଢେଙ୍କାନାଳ, କଟକ ,ଜଗତସିଂହପୁର ଓ କେନ୍ଦ୍ରାପଡା ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ପାଣିପାଗ ବିଭାଗ ।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶନିବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଥାଇଲାଣ୍ଡର ଉତ୍ତର ଭାଗରେ ମଧ୍ୟ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

ଏହି ଦୁଇ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ପଶ୍ଚିମ ଅଞ୍ଚଳରେ ସୋମବାର ଏକ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ୨୩ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଅଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking