20.1 C
Bhubaneswar
Monday, February 9, 2026
Homeଓଡିଶାଲଘୁଚାପ ପ୍ରଭାବରେ ୨୨ ଓ ୨୩ରେ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ୨୨ ଓ ୨୩ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଏହାର ପ୍ରଭାବରେ ୨୩ ଓ ୨୪ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ଏ ନେଇ କୌଣସି ୱାର୍ଣ୍ଣିଂ ଦିଆଯାଇ ନାହିଁ। ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଚିତ୍ର ଆହୁରି ସ୍ପଷ୍ଟ ହେବ। ତେବେ ବାତ୍ୟା ନେଇ କୌଣସି ସୂଚନା ନାହିଁ। ମାତ୍ର ଅନ୍ୟପକ୍ଷରେ ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁଯାୟୀ, ଲଘୁଚାପଟି ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ତାରିଖ ବେଳକୁ ଗଭୀର ଅବପାତ କିମ୍ବା ଏକ ଛୋଟ ବାତ୍ୟାର ରୂପ ନେଇପାରେ।

ବିଭିନ୍ନ ମଡେଲର ଆକଳନ ଅନୁଯାୟୀ ଏହା ଓଡ଼ିଶା ଉପକୂଳ କିମ୍ବା ପଶ୍ଚିମବଙ୍ଗ କିମ୍ବା ବାଂଲାଦେଶ ମୁହାଁ ହେବାର ସମ୍ଭାବନା ରହିଛି। ତେବେ ଏ ସଂପର୍କରେ ୨୨ କିମ୍ବା ୨୩ ବେଳକୁ ସ୍ପଷ୍ଟ ଚିତ୍ର ଆସିବ। ତେବେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ସମୁଦ୍ରରୁ ବଳ ଗୋଟାଇବ। ଫଳରେ ଏହା ବାତ୍ୟାରେ ପରିଣତ ହୋଇପାରେ। ତେବେ ଏହାର ତୀବ୍ରତା ଓ ଗତିପଥକୁ ନେଇ ବାରମ୍ୱାର ଆକଳନ ପରିବର୍ତ୍ତନ କରୁଛି ଏକ ମଡେଲ। ଯାହାକୁ ନେଇ ସନ୍ଦେହ ବଢୁଛି। ଆଗାମୀ ୨୨ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବ ବୋଲି ଆକଳନ କରିଛି ଏହି ମଡେଲ। ୨୩ ତାରିଖ ବେଳକୁ ବାତ୍ୟାର ଗତିପଥ ଓ ରୂପରେଖ ନେଇ ସ୍ପଷ୍ଟ ଚିତ୍ର ଜଣାପଡିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking