25.1 C
Bhubaneswar
Wednesday, March 19, 2025
Homeଓଡିଶାବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା; ୩ ଦିନ ପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ...

ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା; ୩ ଦିନ ପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା । ଗତ କିଛି ଦିନ ହେବ ରାଜ୍ୟରେ ଅସମ୍ଭାଳ ତାତି ଜାରି ରହିଥିବା ବେଳେ ଆଶ୍ବସ୍ତି ଆଣିଛି ବର୍ଷା। ଆସନ୍ତାକାଲିଠାରୁ ଆଉ ଗ୍ରୀଷ୍ମ ପ୍ରବାହର ଚେତାବନୀ ନଥିବା ବେଳେ ୨୨ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ଓ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ । ଯାହାକୁ ନେଇ ୩ ଦିନ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ବଢ଼ିବ । କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ବର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୨୦ ତାରିଖରେ ପ୍ରବଳ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବେ । ଏହାସହ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ । ଯାହାକୁ ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଜିଲ୍ଲାଗୁଡଡ଼ିକ ହେଉଛି ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା । ସେହିପରି ସୁନ୍ଦରଗଡ଼, ଯେଜପୁର, ଢେଙ୍କାନାଳ, ଝରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୋଳ ଓ ଦେବଗଡ଼ ଜିଲ୍ଲାରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନର ବେଗ ଘଣ୍ଟା ପ୍ରତା ୩୦-୪୦ କିମି ରହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପଟେ ୨୧ ତାରିଖରେ ବର୍ଷା ସହ ପବନର ବେଗ ବଢ଼ିବ । ବିଜୁଳି ଘଡ଼ଘଡ଼ି, କୁଆପଥର ବର୍ଷା ସହ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିମି ରହିବ । ଏଥିପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହପିରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking