27.1 C
Bhubaneswar
Tuesday, April 1, 2025
Homeଓଡିଶାଆହୁରି ୨୪ ଘଣ୍ଟା କଲବଲ କରିବ ତାତି, ଏହି ଦିନଠୁ ଓଡ଼ିଶାରେ ବର୍ଷା ସମ୍ଭାବନା

ଆହୁରି ୨୪ ଘଣ୍ଟା କଲବଲ କରିବ ତାତି, ଏହି ଦିନଠୁ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାରେ ଆହୁରି ୨୪ ଘଣ୍ଟା ପ୍ରବଳ ଖରା ହେବ । ଅସମ୍ଭାଳ ତାତି ସହ ୪୩ ଡିଗ୍ରୀ ଅତିକ୍ରମ କରିପାରେ ତାପମାତ୍ରା । ଗ୍ରୀଷ୍ମ ପ୍ରବାହ ସହ ଉଷ୍ମ ଓ ଆର୍ଦ୍ର ସ୍ଥିତିକୁ ନେଇ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ଏପ୍ରିଲ ପହିଲାରୁ ରାଜ୍ୟବାସୀଙ୍କୁ ତାତିରୁ ଆଶ୍ୱସ୍ତି ମିଳିବ । ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ହେବା ସହ ପୁଣି ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟରେ ଆହୁରି ୨୪ ଘଣ୍ଟା ଗ୍ରୀଷ୍ମ ପ୍ରବାହ ସହ କଲବଲ କରିବ ତାତି । ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ । କିଛି ଜିଲ୍ଲାରେ ଗରମ ସହ ଗୁଳୁଗୁଳି ଅନୁଭୂତ ହେବ । ଆସନ୍ତାକାଲି ଗ୍ରୀଷ୍ମ ପ୍ରବାହ ସହ ପ୍ରବଳ ଖରାକୁ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ହେଉଛି ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୋଳ, ସମ୍ବଲପୁର ଓ ଝାରସୁଗୁଡା । ଏହାସହ ଉଷ୍ମ ଓ ଆଦ୍ର ଅର୍ଥାତ ଗରମ ଗୁଳୁଗୁଳି ସ୍ଥିତିକୁ ନେଇ ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେପଟେ ଆସନ୍ତାକାଲି ପରଠାରୁ ତାପମାତ୍ରା ଧିରେ ଧିରେ କମିବା ସହ ଆଉ ହିଟୱେଭର ସମ୍ଭାବନା ନାହିଁ । ପରେ ଏପ୍ରିଲ ପହିଲାରୁ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସହ ରାଜ୍ୟରେ ବର୍ଷା ଆରମ୍ଭ ହେବ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ୨, ୩ ଓ ୪ ତାରିଖରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ଓଡ଼ିଶାରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ହେବ । ଏପ୍ରିଲ ୨ ତାରିଖରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ମେଘୁଆ ପାଗ ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକା ବର୍ଷା ହେବ । ସେହିପରି ୩ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡା ଜିଲ୍ଲାରେ ବର୍ଷା ରହିବ । ୪ ତାରଖରେ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଓ ରାୟଗଡ଼ାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟା ମଧ୍‌ଯରେ ଓଡ଼ିଶାର ୧୮ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ସର୍ବାଧିକ ତାପମାତ୍ରା ଝାରସୁଗୁଡ଼ାରେ ୪୩ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ସମ୍ବଲପୁର ୪୧.୬, ହୀରାକୁଦ ୪୧.୨, ରାଉଲକେଲା ଓ ଚାନ୍ଦବାଲି ୪୦.୪ ଏବଂ ଭୁବନେଶ୍ୱରରେ ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୭.୦ ଡିଗ୍ରୀ ରେକର୍ଡ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking