22.1 C
Bhubaneswar
Monday, January 12, 2026
Homeଓଡିଶାଆସନ୍ତାକାଲିଠୁ ୫ ଯାଏଁ ବର୍ଷା

ଆସନ୍ତାକାଲିଠୁ ୫ ଯାଏଁ ବର୍ଷା

ଭୁବନେଶ୍ୱର: ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦିନ କିମ୍ବା ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ନାହିଁ। ଏପ୍ରିଲ ୧ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ହାଲୁକା ବର୍ଷା ହେବ। ସେପଟେ ଏପ୍ରିଲ୍ ୨ରୁ ୫ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୨ ତାରିଖରେ ମାଲକାନଗିରି ଓ କୋରାପୁଟରେ ବର୍ଷାହେବ।

ସେହିପରି ୩ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ ଧିରେ ଧିରେ ବୃଦ୍ଧି ପାଇବ। ୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୪ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ ନବରଙ୍ଗପୁରରେ ବର୍ଷା ହେବ। ୫ ତାରିଖ ବେଳକୁ ବର୍ଷାର ପରିମାଣ ବଢ଼ିବା ସହ ୯ ଜିଲ୍ଲାରେ ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ରହିଛି। ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୯ଟି ସ୍ଥାନରେ ୪୧ ଡିଗ୍ରୀ ଉପରେ ତାପମାତ୍ରା ରହିଥିବା ବେଳେ ୧୪ ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହିଥିଲା। ସର୍ବାଧିକ ତାପମାତ୍ରା ସମ୍ବଲପୁରରେ ୪୨ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୭.୫ ଡିଗ୍ରୀ ରେକର୍ଡ ହୋଇଛି। ଭୁବନେଶ୍ୱରରେ ୩୮.୬ ଓ କଟକରେ ୩୭.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ଅପରପକ୍ଷେ ରବିବାର ଓ ସୋମବାର ହିଟ୍‌ୱେଭ୍ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ରବିବାର ପାଇଁ ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାକୁ ସତର୍କ କରାଯାଇଛି। ସେହିପରି ୩୧ ତାରିଖ ସୋମବାର ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ପ୍ରବଳ ଖରା ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking