31.1 C
Bhubaneswar
Monday, May 6, 2024
Homeଓଡିଶା୪ ଜିଲ୍ଲା ସମେତ ଦ୍ୱିତନଗରୀ ସହରବାସୀଙ୍କୁ ରାସ୍ତାକୁ ନବାହାରିବା ପାଇଁ ପ୍ରଶାସନ ପକ୍ଷରୁ ସତର୍କବାଣୀ

୪ ଜିଲ୍ଲା ସମେତ ଦ୍ୱିତନଗରୀ ସହରବାସୀଙ୍କୁ ରାସ୍ତାକୁ ନବାହାରିବା ପାଇଁ ପ୍ରଶାସନ ପକ୍ଷରୁ ସତର୍କବାଣୀ

ଭୁବନେଶ୍ୱର : ପ୍ରବଳରୁ ଅତିପ୍ରବଳ ବର୍ଷା ହେବାରୁ ୪ ଜିଲ୍ଲା ସମେତ କଟକ ଭୁବନେଶ୍ୱର ସହରବାସୀଙ୍କୁ ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ରାସ୍ତାକୁ ନବାହାରିବା ପାଇଁ ପ୍ରଶାସନ ପକ୍ଷରୁ କୁହାଯାଇଛି । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ବେହା ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ଏହାରି ମଧ୍ୟରେ କେହି ଘରୁ ବାହାରକୁ ନବାହାରିବା ପାଇଁ ସତର୍କ କରାଯାଇଛି ।

ଆଗାମୀ ୩ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା(ଭୁବନେଶ୍ୱର ସହର ସମେତ), ପୁରୀ, କଟକ(କଟକ ସହର) ଜଗତସିଂହପୁର ଉପରେ ପ୍ରବାଭ ପକାଇପାରେ । ୨ରୁ ୩ ସେ.ମି ବର୍ଷା ହେବା ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ଆସନ୍ତା ୩ ଘଣ୍ଟା ମଧ୍ୟରେ ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ଢ଼େଙ୍କାନାଳ, ଯାଜପୁର, ମୟୁରଭଞ୍ଜ, କନ୍ଧମାଳ ଏବଂ ଗଜପତି ଜିଲ୍ଲାରେ କିଛି ଅଂଶ ଉପରେ ପ୍ରଭାବ ପକାଇପାରେ । ପ୍ରବଳ ବର୍ଷା କାରଣଣୁ ବନ୍ୟା ପରିସ୍ଥିତି ଉପୁଜିପାରେ । ଏହାକୁ ଦୃଷ୍ଟିରେ ରଖି ନିରାପଦ ସ୍ଥାନକୁ ଯିବାପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

ଉତ୍ତର-ପଶ୍ଚିମ ଓ ତତ୍‌ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ବିଶେଷ ଭାବେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇଛି । ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ୭ ଜିଲ୍ଲାକୁ ପାଣିପାଗ ବିଭାଗ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି।

ଏହି ୭ ଜିଲ୍ଲା ହେଲା- ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼। ଆସନ୍ତାକାଲି ସକାଳ ଯାଏ ଏହି ୭ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହାସହ ଆଉ ୬ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

ଏହି ୬ ଜିଲ୍ଲା ହେଲା- ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର, ଭଦ୍ରକ। ସେହିପରି ଆଉ ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

ରେଡ୍ ୱାର୍ଣ୍ଣିଂ ଜିଲ୍ଲାରେ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା ରହିଛି । ମାଟି ରାସ୍ତା ଓ ଘର ଭୁଶୁଡ଼ିପାରେ । ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୫ ରୁ ୫୫ କିଲୋମିଟରେ ବେଗରେ ବହିପାରେ । ସମୁଦ୍ର ଅଶାନ୍ତ ରହୁଥିବାରୁ ୧୪ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking