42.1 C
Bhubaneswar
Saturday, April 27, 2024
Homeଓଡିଶାଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ : ୧୮ରୁ ଆରମ୍ଭ, ୧୯ ଓ ୨୦ ଛେଚିବ

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ : ୧୮ରୁ ଆରମ୍ଭ, ୧୯ ଓ ୨୦ ଛେଚିବ

ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଅଞ୍ଚଳରେ ଗୁରୁବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା କ୍ରମଶଃ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇପାରେ । ଏନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଏହି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ ।

ଅତି ବେଶୀରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ୧୮ ତାରିଖ ସନ୍ଧ୍ୟା ପରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୯ ଓ ୨୦ ତାରିଖରେ ବିଶେଷକରି ଉତ୍ତର ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନାହିଁ । ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିପରି ଓଡ଼ିଶାରେ ୧୮ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ନାହିଁ ।

କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୭ରୁ ୧୨ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଡିଜି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି । ସୂଚନାଥାଉ କି ନିକଟରେ ପୂର୍ବ କେନ୍ଦ୍ରୀୟ ଓ ଏହା ତତ୍‌ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ।

ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିଲା । ଏଥିଯୋଗୁ ଅନେକ ଅଞ୍ଚଳ ଜଳବନ୍ଦୀ ହୋଇଥିବାବେଳେ ବହୁ କ୍ଷୟକ୍ଷତି ମଧ୍ୟ ହୋଇଛି । ହେଲେ ଏବେ ବି ରାଜ୍ୟରେ ମୌସୁମୀ ବର୍ଷା ପରିମାଣ ୧୨% ଅଭାବୀ ରହିଛି । ୨ ଜିଲ୍ଳାରେ ଆବଶ୍ୟକଠୁ ଅଧିକ ବର୍ଷା ହୋଇଥିବାବେଳେ ୧୯ ଜିଲ୍ଲାରେ ସ୍ୱାଭାବିକ ଓ ୯ ଜିଲ୍ଲାରେ ନିଅଣ୍ଟ ବର୍ଷା ହୋଇଛି । ମୌସୁମୀ ଜନିତ ନିମ୍ନଚାପରେଖା ଦ୍ୱାରିକାରୁ ବାହାରି ଉତ୍ତର ମଧ୍ୟପ୍ରଦେଶର ମଧ୍ୟଭାଗରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ରର କେନ୍ଦ୍ର ସ୍ଥଳ ହୋଇ ଓଡ଼ିଶାର ବାଲେଶ୍ୱର ଜିଲ୍ଳା ଦେଇ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ବିଛି । ସମୁଦ୍ରପତ୍ତନଠାରୁ ଏହା ୦.୯ କିମି ଯାଏ ବାୟୁମଣ୍ଡଳରେ ବ୍ୟାପିଥିବାବେଳେ ଆସନ୍ତା ୨ ଦିନ ରାଜ୍ୟରେ ବିଶେଷ ବର୍ଷା ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking