29.1 C
Bhubaneswar
Friday, April 26, 2024
Homeଓଡିଶାଆଜି ଉପକୂଳ ନିକଟତର ହେବ ଲଘୁଚାପ : ୨ ଦିନ ବର୍ଷିବ

ଆଜି ଉପକୂଳ ନିକଟତର ହେବ ଲଘୁଚାପ : ୨ ଦିନ ବର୍ଷିବ

ଭୁବନେଶ୍ୱର: ବର୍ଷା କମିଥିଲେ ବି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଚିନ୍ତାର କାରଣ ହୋଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଅଞ୍ଚଳରେ ଗୁରୁବାର ସୃଷ୍ଟି ଘୂର୍ଣ୍ଣିବଳୟ କ୍ରମଶଃ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଥିବାବେଳେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ ।

ଅତି ବେଶୀରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହାର ପ୍ରଭାବରେ ୧୮ ତାରିଖ ସନ୍ଧ୍ୟା ପରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୯ ଓ ୨୦ ତାରିଖରେ ବିଶେଷକରି ଉତ୍ତର ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ୧୯ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୦ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ବଲଙ୍ଗୀର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁବର୍ଣ୍ଣପୁର ରହିଛି । ସେଗୁଡ଼ିକ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking