39.1 C
Bhubaneswar
Friday, April 26, 2024
Homeଓଡିଶାଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ଝାଡ଼ଖଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳ ଉପରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତର ଝାଡଖଣ୍ଡ ଏବଂ ବିହାର ଉପରେ ରହିଛି । ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ପର୍ଯ୍ୟନ୍ତ ବିସ୍ତାର ହୋଇଛି । ଏହାର ପ୍ରଭାବରେ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଫଳରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହୋଇଥିବା ବେଳେ ମୟୂରଭଞ୍ଜ, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଶୁକ୍ରବାର ପୂର୍ବାହ୍ନରେ ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି, ବିଜୁଳି ସହ ବର୍ଷା ହୋଇପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧ରୁ ୨ ତାରିଖ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ ଓ ଅନୁଗୁଳ ଜିଲ୍ଲାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେଣୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରକାଶଯୋଗ୍ୟ ଏହାପୂର୍ବରୁ ବାତ୍ୟା ଗୁଲାବ ରାଜ୍ୟ ପାଇଁ ଭୟ ସୃଷ୍ଟି କରିଥିଲା । ତେବେ ଏହି ବାତ୍ୟା ଆନ୍ଧ୍ର ପ୍ରଦେଶରେ ଲ୍ୟାଣ୍ଡ୍‌ଫଲ୍‌ କରିବା ପରେ ଫଳରେ ଓଡ଼ିଶାରେ ସେପରି କୌଣସି କ୍ଷୟକ୍ଷତି ଘଟିନଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking