32.1 C
Bhubaneswar
Saturday, June 22, 2024
Homeଓଡିଶାଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥି ସହିତ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୫ ତାରିଖରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ,କେନ୍ଦୁଝର, ମୟୂରଭଞ୍ଜ ଓ ଢ଼େଙ୍କାନାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅକ୍ଟୋବର ୫ରୁ ୬ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ବି ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking