ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାସହ ଘଡ଼ଘଡ଼ି ମଧ୍ୟ ମାରିପାରେ। ଏହାସହ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ରାୟଗଡ଼ା, ନୂଆପଡ଼ା ଗଞ୍ଜାମ ଓ ଗଜପତି। ଆସନ୍ତା ୮ ତାରିଖରେ ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ। ବର୍ଷା ଛାଡ଼ିଲା ପରେ ଦୁଇ ରୁ ତିନି ଦିନ ଯାଏ ଘନ କୁହୁଡ଼ି ଦେଖିବାକୁ ମିଳିବ।
https://onakhabar.com/2020/02/06/bus-accident-14/