34.1 C
Bhubaneswar
Thursday, April 25, 2024
Homeଓଡିଶାଆଜି ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା

ଆଜି ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର:  ଗତ ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ମଧ୍ୟ କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି । ଶୀତ ସାଙ୍ଗକୁ ବର୍ଷା ଏବଂ ଥଣ୍ଡା ପବନ ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରାଯାଉଛି ।  ବିହାର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ହେଉଛି । ତେବେ ଆସନ୍ତାକାଲି ଠାରୁ ପାଗରେ ପରିବର୍ତ୍ତନ ହେବ। କିଛି ସ୍ଥାନରେ ତାପମାତ୍ରା କମିବା ସହିତ ଆଉ କିଛି ସ୍ଥାନରେ ଘନ କୁହୁଡ଼ି ଅନୁଭୂତ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ କୁହାଯାଇଛି। ୨୦ରୁ ୨୫କିମି ବେଗରେ ଉତ୍ତରା ପବନ ବହିବା ସହ ମଝିରେ ଝିପିଝିପି ବର୍ଷା ରାଜଧାନୀବାସୀଙ୍କୁ ଶୀତ ଦିନେ ପାର୍ବତ୍ୟ ଅଞ୍ଚଳରେ ରହିବାର ଅନୁଭୂତି ଦେଇଥିଲା। ହେଲେ ଫେବ୍ରୁଆରି ଦ୍ବିତୀୟ ସପ୍ତାହରେ ହଠାତ୍ ଥଣ୍ଡା ଫେରିବାରୁ ବହୁ ଲୋକ ଥଣ୍ଡା ଜ୍ବରରେ ଆକ୍ରାନ୍ତ ହୋଇଛନ୍ତି।
ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜି ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡ଼ିକ ହେଲା- ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି କୋଲ୍ଡ ୱେଭକୁ ନେଇ ଆସନ୍ତା ୨୪ ଘଣ୍ଟା ଯାଏ ସୋନପୁର, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାକୁ ୱାର୍ଣ୍ଣିଂକୁ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking